ଆଜି ଉଦ୍‌ଘାଟନ କରିବେ ଓଡ଼ିଶା ମୁଖ୍ୟମନ୍ତ୍ରୀ

0 90

ନୂଆଦିଲ୍ଲୀ,: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରର ବାରବାଟୀ ଦୁର୍ଗ ଭିତରେ ୨୩ ଜାନୁୟାରୀରୁ ୨୫ ଜାନୁୟାରୀ ପର୍ଯ୍ୟନ୍ତ ପରାକ୍ରମ ଦିବସ ପାଳନ କରାଯିବ । ନେତାଜୀଙ୍କ ୧୨୮ତମ ଜୟନ୍ତୀ ଉପଲକ୍ଷେ ତିନି ଦିନ ଧରି ଚାଲିବାକୁ ଥିବା ବହୁମୁଖୀ
କାର୍ଯ୍ୟକ୍ରମକୁ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ ।କେନ୍ଦ୍ ସରକାରଙ୍କ ନିଷ୍ପତ୍ତି କ୍ରମେ ଦେଶରେ ପ୍ରଥମ ପରାକ୍ରମ ଦିବସ କୋଲକାତାସ୍ଥିତ ଭିକ୍ଟୋରିଆ ମେମୋରିଆଲ ହଲରେ ପାଳନ କରାଯାଇଥିଲା । ୨୦୨୨ ମସିହାରେ ନୂଆଦିଲ୍ଲୀର ଇଣ୍ଡିଆ ଗେଟଠାରେ
ନେତାଜୀଙ୍କ ହଲୋଗ୍ରାମ ରହିଥିବା ଏକ ଷ୍ଟାଚ୍ୟୁକୁ ଅନାବରଣ କରାଯାଇଥିଲା । ୨୦୨୩ ମସିହାରେ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ରହିଥିବା ୨୧ଟି ଛୋଟ ବଡ ଦ୍ୱୀପକୁ ୨୧ ଜଣ ପରମବୀର ଚକ୍ର ବିଜେତାଙ୍କ ନାମରେ ନାମକରଣ କରାଯାଇଥିଲା । ୨୦୨୪ରେ ନୂଆଦିଲ୍ଲୀସ୍ଥିତ ଐତିହାସିକ ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ଏହ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ । ତେବେ ଏହି ପରମ୍ପରାକ୍ରମେ ଚଳିତବର୍ଷ ନେତାଜୀଙ୍କ ଜନ୍ମସ୍ଥାନ କଟକ ସହରରେ କେନ୍ଦ୍ର ସଂସ୍କୃତି ବିଭାଗ ପକ୍ଷରୁ ଜାତୀୟ ପରାକ୍ରମ ଦିବସ ପାଳନର କାର୍ଯ୍ୟକ୍ରମ ରହିଛି । ଏହି ତିନି ଦିନିଆ କାର୍ଯ୍ୟକ୍ରମ ଅଧୀନରେ ଓଡିଶା ମୁଖ୍ୟମନ୍ତ୍ରୀ ଓ ଅନ୍ୟ ପଦାଧିକାରୀମାନେ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ରହିଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସଂଗ୍ରହାଳ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିବେ । ପରେ ପରେ ବାରବାଟୀ ଦୁର୍ଗ ଭିତରେ ଜାତୀୟସ୍ତରୀୟ ପରାକ୍ରମ ଦିବସ ପାଳନ କରାଯିବ । ପ୍ରଧାନମନ୍ତ୍ରୀଙ୍କ ଏକ ଭିଡିଓ ମେସେଜରୁ ଆରମ୍ଭ ହୋଇ ନେତାଜୀଙ୍କ ସମ୍ପର୍କିତ ବିଭିନ୍ନ ପୁସ୍ତକ, ଫଟୋ, ଚିଠି, କାଗଜପତ୍ରର ପ୍ରଦର୍ଶନ ମଧ୍ୟ କରାଯିବ । ନେତାଜୀଙ୍କ ଜୀବନ ବୃତ୍ତାନ୍ତ ଓ ସ୍ୱାଧୀନତା ସଂଗ୍ରାମ ଉପରେ ଆଧାରିତ ବିଭିନ୍ନ ତଥ୍ୟ ପ୍ରଦର୍ଶିତ କରାଯିବ । ଏହି ଅବସରରେ ଚିତ୍ରକଳା ଶିବିର ସହ ଭାସ୍କର୍ଯ୍ୟ ଶିଳ୍ପ ନିର୍ମାଣ କରିବାର ମଧ୍ୟ ବନ୍ଦୋବସ୍ତ କରାଯାଇଛି । ନେତାଜୀ ଏବଂ ଓଡିଶା ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ ।

Leave A Reply

Your email address will not be published.