ମହାକୁମ୍ଭରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶୋକ

Prime Minister condoles those who lost their lives in Mahakumbha

0 79

ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୟାଗରାଜ ମହାକୁମ୍ଭରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ଏବଂ ଏହି ଦୁଃଖଦ ଘଟଣାରେ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ନିଆଯାଉଛି । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୋଦୀୟ ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରିଛନ୍ତି: ପ୍ରୟାଗରାଜ ମହାକୁମ୍ଭରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଯେଉଁ ତୀର୍ଥଯାତ୍ରୀମାନେ ନିଜ ପରିବାରକୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ସ୍ଥାନୀୟ ପ୍ରଶାସନ ପୀଡ଼ିତଙ୍କୁ ଯଥାସମ୍ଭବ ସହାୟତା ଯୋଗାଇ ଦେଉଛି । ଏ ସଂକ୍ରାନ୍ତରେ ମୁଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛି ଏବଂ ମୁଁ ରାଜ୍ୟ ସରକାରଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛି ।

Leave A Reply

Your email address will not be published.