ଅଦିନିଆ ବର୍ଷା ଜନିତ ଫସଲ ହାନିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ

0 98

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଜି ଅଦିନିଆ ବର୍ଷା ଜନିତ ଫସଲ ହାନିକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଥିଲେ । ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଆଭାସି ମାଧ୍ୟମରେ ଯୋଗଦେଇଥିଲେ ।

ବୈଠକରେ ଶ୍ରୀ ଆହୁଜା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY) ରେ ପଞ୍ଜୀକୃତ ଚାଷୀଙ୍କୁ, ବୀମା ସହାୟତା ପାଇବାପାଇଁ 72 ଘଣ୍ଟା ମଧ୍ୟରେ “କୃଷି ରକ୍ଷକ” ଆପ୍ (Krishi Rakshak App) କିମ୍ବା Helpline ନମ୍ବର 14447 ରେ ଯୋଗଯୋଗ କରି ତୁରନ୍ତ ଫସଲ କ୍ଷତିର ସୂଚନା ଦେବାକୁ ଅନୁରୋଧ କରିଛନ୍ତି ।

ବୈଠକରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଅରବିନ୍ଦ କୁମାର ପାଢ଼ୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଏବଂ ସମବାୟ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଯୋଗଦେଇ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

Leave A Reply

Your email address will not be published.