ଭୁବନେଶ୍ୱର,: ଭୁବନେଶ୍ୱରରେ ବଲିଉଡ଼ ଅଭିନେତା ଅର୍ଜୁନ କପୁର ଓ ତାଙ୍କ ପିତା ତଥା ଚଳଚ୍ଚିତ୍ର ନିର୍ମାତା ବୋନୀ କପୁର ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ବିଧାନସଭା ପ୍ରକୋଷ୍ଠରେ ଉଭୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଆସନ୍ତା ୧୬ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ହେବାକୁ ଯାଉଛି ସେଲିବ୍ରିଟି କ୍ରିକେଟ ଲିଗ୍ । ଏନେଇ ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ଏଥିରେ ମୁଖ୍ୟଅତିଥି ଭାବେ
ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି ବୋନୀ କପୁର । ଏହାପରେ ସେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମଧ୍ୟ ସାକ୍ଷାତ
କରି ଆଲୋଚନା କରିଛନ୍ତି । ଏହି ଅବସରରେ ନିର୍ମାତା ବୋନୀ କାପୁର କହିଛନ୍ତି ଯେ, ଓଡ଼ିଶାରେ ପିଲ୍ମ ଶୁଟିଂ ପାଇଁ ବ୍ୟାପକ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟାପ୍ତ ସୁବିଧା ରହିଛି । ଏ ସବୁର ପ୍ର·ର ପ୍ରସାର ହେଲେ ବହୁ ଫିଲ୍ମ ନିର୍ମାତାଙ୍କ ପାଇଁ ଓଡ଼ିଶା ହେବ ପସନ୍ଦଯୋଗ୍ୟ ଫିଲ୍ମ ଶୁଟିଂ ସ୍ଥାନ । ଏଥି ସହିତ ରାଜ୍ୟ ପର୍ଯ୍ୟଟନର ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ସେ କହିଛନ୍ତି । ଏହି ସାକ୍ଷାତ ଆଲୋଚନା ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକମାନେ ଉପସ୍ଥିତ ଥିଲେ ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅର୍ଜୁନ କପୁର ଓ ବୋନୀ କପୁର
Prev Post
Next Post