ଭୁବନେଶ୍ୱର, : ବିଂଶ ଶତାବ୍ଦୀର ଶ୍ରେଷ୍ଠ ମାନବ ସତ୍ୟର ପୂଜାରୀ ତଥା ଅହିଂସାର ପ୍ରତୀକ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସକୁ ଶହୀଦ ଦିବସ ଭାବେ ପାଳନ କରାଯାଇଛି । ବିଧାନସଭା ପରିସରରେ ଗୁରୁବାର ପୂର୍ବାହ୍ନରେ ରାଜ୍ୟସ୍ତରୀୟ ଶହୀଦ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ରାଜ୍ୟପାଳ ଡ. ହରି ବାବୁ
କଦମ୍ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବାଚସ୍ପତି ସୁରମା ପାଢ଼ୀ, ସଂସସୀୟ ବ୍ୟାପାର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ଉପବାଚସ୍ପତି ଭବାନୀଶଙ୍କର ଭୋଇ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ ସୌଭିକ୍ ବିଶ୍ୱାଳ, ପୂର୍ଣ୍ଣଚନ୍ଦ୍ର ସେଠୀ, ଲକ୍ଷ୍ମଣ ବାଗ୍ ପ୍ରମୁଖ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ କରାଯାଇଥିଲା । ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀଗଣ ଗାନ୍ଧିଜୀଙ୍କ ପ୍ରିୟ ଆଶ୍ରମ ଭଜନ \”ବୈଷ୍ଣବ ଜନ ତୋ\’ ପରିବେଷଣ କରିଥିଲେ । ପୋଲିସବାହିନୀ ଦ୍ୱାରା ବୀର ଶହୀଦମାନଙ୍କୁ ସମ୍ମାନ ପ୍ରଦର୍ଶନ ଉଦ୍ଦେଶ୍ୟରେ ତୋପଧ୍ୱନି, ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯିବା ପରେ ସମାପ୍ତିର ସଙ୍କେତ ସ୍ୱରୂପ ଦ୍ୱିତୀୟବାର ତୋପଧ୍ୱନି କରାଯାଇଥିଲା । ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ୱାରା ରାମଧୂନ ପରିବେଷଣ ଓ ଜାତୀୟ ସଂଗୀତ ବାଦନ ପରେ କାର୍ଯ୍ୟକ୍ରମର ସମାପ୍ତି ହୋଇଥିଲା ା ରାଜ୍ୟପାଳ ଡ. ହରି ବାବୁ କଦମ୍ପାଟିଙ୍କ ସମେତ ସମସ୍ତ ଅତିଥି ବିଧାନସଭା
ପରିସରରୁ ପ୍ରସ୍ଥାନ କରିଥିଲେ । ଏହି ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ
କୁମାର ସିଂହ, ବିଧାନସଭାର ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ ସରୋଜ କୁମାର ସାମଲ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ ଓ ଅନ୍ୟ ଅଧିକାରୀବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । ଉପନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।