୨୦ରେ ଲଘୁଚାପ ସମ୍ଭାବନା

Torrential rain causing flood.
0 206

ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଚି ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତିକରି କେନ୍ଦ୍ରୀୟ ଓ ତତ୍ସଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବା ସଂଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.