୧୨ରେ ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ

186

ଛତ୍ରପୁର : ଆସନ୍ତା ରବିବାର (୧୨) ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଗଞ୍ଜାମର ପ୍ରସିଦ୍ଧ ଶକକ୍ତିପୀଠ ମା’ତାରାତାରିଣୀଙ୍କ ଉପର ପାଶ୍ୱର୍ରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ତଦାରଖ କରିବା ସହ କୋଭିଡ଼ ମୁକାବିଲା ସମୟରେ ପଞ୍ଚାୟତ ପ୍ରତିନିଧିଙ୍କୁ ଦେଇଥିବା ପ୍ରତିଶ୍ରୁତି ଅନୁସାରେ ମନ୍ଦିରର ତଳଭାଗରେ ପଞ୍ଚାୟତ ପ୍ରତିନିଧିଙ୍କ ସହ ପ୍ରସାଦସେବନ କରିବା କାର୍ଯ୍ୟକ୍ରମ ରହିଛି । ଏଥିସହ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିଠାରେ ସ୍ୱର୍ଗତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ହିଞ୍ଜିଳିଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାବାସୀଙ୍କ ନିମନ୍ତେ ୨୨ ଶହ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବା ସହ ୭ଲକ୍ଷରୁ ଅଧିକ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିବା କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଗଞ୍ଜାମ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ।

Comments are closed.