ରାମନାଗୁଡା/ରାୟଗଡ଼ା,: ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍ଜରର୍ସ ଆସୋସିଏସନର ଜିଲ୍ଲା ପ୍ରତିନିଧିମାନଙ୍କ ଏକ ବୈଠକ ରାମନାଗୁଡା ବ୍ଳକ ଅନ୍ତର୍ଗତ ଗୁମୁଡା ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାନେତ୍ରୀ ଜୟନ୍ତୀ ପଦ୍ମାଳୟା ସାହୁ ଏବଂ ସମ୍ପାଦିକା ଉଷା ରାଣୀ ଦାଶଙ୍କ ନେତୃତ୍ୱରେ ଆୟୋଜିତ ବୈଠକରେ ମୁଖ୍ୟଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘର ରାଜ୍ୟ ଉପସଭାପତି ଯୋଗେଶ୍ୱର ଦାସ, ସମ୍ମାନିୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ ସାହୁ ଯୋଗ ଦେଇ ସରକାରଙ୍କ ଯୋଜନାକୁ ସଫଳ କରିବାରେ ମୁଖ୍ୟ ଭୂମିକା ନେଉଥିବା ସହ ଶିଶୁ ମୃତ୍ୟୁ ହାର ମା’ମୃତ୍ୟୁ ହାର କରାଇବାରେ ଏବଂ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ଯୋଜନାକୁ ସଫଳ କରିବାରେ ମୁଖ୍ୟ ଭୂମିକା ନେଉଥିବା ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କ ଦୀର୍ଘ ଦିନର ବିଭିନ୍ନ ଦାବିକୁ ନେଇ ଆଲୋଚନା କରାଯାଇ ନୂତନ ସରକାରଙ୍କ ଠାରେ ଦାବି କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ପାଇଁ ଥିବା ସମସ୍ତ ସୁବିଧା ଯୋଗାଇବା ଉପରେ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରି ସମସ୍ୟାର ସମାଧାନ କରିବା ପାଇଁ ମଧ୍ୟ ଆଲୋଚନା କରାଯାଇଥିଲା । ଅଙ୍ଗନୱାଡ଼ି କର୍ମୀମାନଙ୍କ ପ୍ରତି ହେଉଥିବା ଅନ୍ୟାୟ
ଅବହେଳା ଏବଂ ଅଣଦେଖାକୁ ବିରୋଧ କରିବା ସହ ଆସନ୍ତା ଦିନରେ ସରକାର ଏବଂ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ ସମାଧାନ ନକରନ୍ତି ତାହା ହେଲେ ଆସନ୍ତା ଦିନରେ ଭାରତୀୟ ମଜଦୁର ସଂଘ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି ଶ୍ରମିକ ନେତା ଯୋଗେଶ୍ୱର ଦାସ ଚେତାବନୀ ଦେଇଛନ୍ତି । ଉକ୍ତ ବୈଠକରେ ଜିଲ୍ଲାର ୧୧ଟି ବ୍ଳକର ନେତୃବୃନ୍ଦମାନେ ଯୋଗ ଦେଇଥିଲେ । ଉକ୍ତ ବୈଠକକୁ ସଞ୍ଜୁକ୍ତା ହରପାଲ, ସଞ୍ଜୁକ୍ତା ରଥ, ରୀତା ପଣ୍ଡା, ମଞ୍ଜୁଳା ମଣ୍ଡଳ, ମହିନି ପାଲାକା, ସ୍ନେହାଞ୍ଜଳୀ ମିଶ୍ର, ଗୀତା ଖାଡାଙ୍ଗା, ସୁନିତା ମିଶ୍ର, ପରିଚାଳନା କରିଥିଲେ ।
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍ଜରର୍ସ ଆସୋସିଏସନ୍ର ବୈଠକ
Prev Post