ମେ ୧୫ ସୁଦ୍ଧା ଯୁକ୍ତ ୨ ରେଜଲ୍ଟ

0 136

ଭୁବନେଶ୍ୱର, : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ ହୋଇଛି । ମେ\’ ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଏପ୍ରିଲ ୨ ରୁ ଖାତା ଦେଖା ଆରମ୍ଭ ହେବ । ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏବଂ ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ହେବ । ଖାତା ଦେଖା ପାଇଁ ୭୮ଟି ଅଫଲାଇନ୍ ଓ ୭୦ଟି ଅନଲାଇନ୍‌ କେନ୍ଦ୍ର ହୋଇଛି । ଖାତା ମୂଲ୍ୟାଙ୍କନ ପାଇଁ ୧୬ ହଜାର ଅଧ୍ୟାପକ ନିୟୋଜିତ ହେବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଚଳିତ ବର୍ଷ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି । ମୋଟ ୩୦୦ ଜଣ ବିଦ୍ୟାର୍ଥୀ କପି କରି ଧରା ପଡ଼ିଛନ୍ତି । ଅତ୍ୟଧିକ ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁ ନଥିବାରୁ ଖାତାଦେଖା କେନ୍ଦ୍ର ବଢ଼ାଯାଇଛି । ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ ହୋଇଛନ୍ତି । ଏକ୍‌ଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୁଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି । ଶିକ୍ଷକମାନେ ୭୦ ଓ ୮୦ ମାର୍କ ଥିବା ବିଷୟ ପାଇଁ ୫ ଘଣ୍ଟାରେ ୨୦ଟି ଖାତା ଦେଖିପାରିବେ ଶିକ୍ଷକ । ୩୫, ୪୦ ଓ ୫୦ ମାର୍କ ଥିବା ବିଷୟଗୁଡ଼ିକ ପାଇଁ ୩୦ଟି ଖାତା ୫ ଘଂଟାରେ ଦେଖିବେ ଶିକ୍ଷକ ।

Leave A Reply

Your email address will not be published.