ଆଇଏମଡିର ଭିତ୍ତିଭୂମି ଓ ପ୍ରଯୁକ୍ତି ବିଦ୍ୟାରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି :

ନୂଆଦିଲ୍ଲୀ, : ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର
ଶହେତମ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ।
ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ । ନିଜର ଦେଢ ଶହ ବର୍ଷର ଯାତ୍ରା ଲାଗି ଆଇଏମଡି ପକ୍ଷରୁ ଯୁବକମାନଙ୍କ ଲାଗି ଜାତୀୟ ପାଣିପାଗ ଅଲିମ୍ପିୟାଡର ଆୟୋଜନ କରାଯାଇଛି । ହଜାର ହଜାର ଛାତ୍ର ଏଥିରେ ଭାଗ ନେଇ ପାଣିପାଗ ବିଜ୍ଞାନ କ୍ଷେତ୍ରରେ ଅଧିକ ମନୋନିବେଶ କରିପାରିବେ ବୋଲି ମୋଦୀ କହିଛନ୍ତି । ଉତ୍ସବ ସ୍ଥଳୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଥିଲେ । କାର୍ଯ୍ୟକ୍ରମରେ ଭାଗ ନେଇଥିବା ଯୁବକମାନଙ୍କୁ ସେ ସାଧୁବାଦ ଜଣାଇଥିଲେ । ମକର ସଂକ୍ରାନ୍ତି ପାଖାପାଖି ୧୫ ଜାନୁୟାରୀ ୧୮୫୭ ମସିହାରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପିତ ହୋଇଥିଲା । ତେବେ ଆମେ ସମସ୍ତେ ମକର ସଂକ୍ରାନ୍ତିର ଗୁରୁତ୍ୱ ସମ୍ପର୍କରେ ଊଣା ଅଧିକେ ଅବଗତ ଅଛୁ ବୋଲି ମୋଦି କହିଥିଲେ । ଗୁଜରାଟରୁ ଆସିଥିବା କାରଣରୁ ଏହି ମକର
ସଂକ୍ରାନ୍ତି ତାଙ୍କର ପ୍ରିୟ ପର୍ବ ବୋଲି ମୋଦି କହିଥିଲେ । ଏହି ସଂକ୍ରାନ୍ତିରେ କାପ୍ରିକନ ସୂର୍ଯ୍ୟ ମକର ରାଶିକୁ ପ୍ରବେଶ କରି ତାଙ୍କର ଉତରାୟନ ହୋଇଥାଏ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଉତର ଗୋଲାର୍ଦ୍ଧରେ ସୂର୍ଯ୍ୟଙ୍କ ତେଜ ବୃଦ୍ଧି କାରଣରୁ କୃଷି କାର୍ଯ୍ୟ ପାଇଁ ସଜବାଜ ଆରମ୍ଭ ହୁଏ । ସାରା ଦେଶରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ମକର ସଂକ୍ରାନ୍ତି ପାଳନ କରାଯାଇଥାଏ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶର ନାଗରିକମାନଙ୍କୁ ନିଜର ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଦେଶର ବିଜ୍ଞାନ ଭିତ୍ତିକ ପ୍ରତିଷ୍ଠାନଗୁଡିକର ଅଗ୍ରଗତି ଏହାର ବିଜ୍ଞାନ ପ୍ରତି ରହିଥିବା ସଚେତନତାକୁ ସୂଚାଇଥାଏ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ନବ ଭାରତ ପାଇଁ ବିଜ୍ଞାନ ପ୍ରତିଷ୍ଠାନ ଗୁଡିକରେ ହେଉଥିବା ଗବେଷଣା ଓ
ଆବିଷ୍କାର ଖୁବ ଯୁଗପୋଯୋଗୀ ବୋଲି ମୋଦି କହିଛନ୍ତି ।

Comments (0)
Add Comment