ଭାଇରାଲ ରୋକିବ ମାଟ୍ରିକ୍ ପ୍ରଶ୍ନପତ୍ରର ନମ୍ବରିଂ, ବାରକୋର୍ଡ ବ୍ୟବସ୍ଥା

କଟକ, : ବିଗତ କିଛି ବର୍ଷ ହେଲା ମାଟ୍ରିକ୍ ପରୀକ୍ଷାରେ ବିଭ୍ରାଟ ହେଉଥିବା ନେଇ ଖବର ଆସୁଛି । ଏହା ଦ୍ୱାରା ଭଲ ଶିକ୍ଷକ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ନିରାଶ ହେବାକୁ ପଡୁଛି । ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା-୨୦୨୫ର ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ମାଧ୍ୟମିକ ଶିକ୍ଷା ବୋର୍ଡ ବଡ଼ ପଦକ୍ଷେପ ନେଇଛି । ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ଚଳିତ ଥର
ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ନମ୍ବରିଂ ବ୍ୟବସ୍ଥା କରାଯିବ । ପ୍ରଶ୍ନପତ୍ରକୁ ନମ୍ବରିଂ କରାଯିବା ସହ ଏଥିରେ ୱାଟର ମାର୍କ ଲାଗିବ । ବାର୍ କୋର୍ଡ ସହ ସିକ୍ୟୁରିଟି କୋର୍ଡ ମଧ୍ୟ ରହିବ । ଫଳରେ ପ୍ରଶ୍ନପତ୍ର ଭାଇରାଲ୍ ହେଲେ, କେଉଁଠୁ ହୋଇଛି ତାହା ଜଣାପଡ଼ିବ । ଏନେଇ ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି  ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରୀ ୨୧ ତାରିଖ ଠାରୁ ଆରମ୍ଭ ହେବ । ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ
ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ହେବ । ୨୪ ତାରିଖରେ ଇଂରାଜୀ, ୨୭ ତାରିଖରେ ଗଣିତ, ମାର୍ଚ୍ଚ\’ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ । ପରୀକ୍ଷାର ସମୟ ସକାଳ ୯ରୁ ପୂର୍ବାହ୍ଣ ୧୧ଟା ୩୦ ଯାଏଁ ରହିଛି । ପରୀକ୍ଷାର୍ଥୀଙ୍କୁ ଗଣିତ ପାଇଁ ଅତିରିକ୍ତ ୧୫ ମିନିଟ ସମୟ ମିଳିବ । ଅର୍ଥାତ ଗଣିତ ପରୀକ୍ଷା ପୂର୍ବାହ୍ଣ ୯ଟାରୁ ଆରମ୍ଭ ହୋଇ ୧୧ଟା ୪୫ମିନିଟରେ ସରିବ । ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ) ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରୀ ୨୧ ତାରିଖ ଠାରୁ ଆରମ୍ଭ ହେବ । ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ ।

Comments (0)
Add Comment