ଭୁବନେଶ୍ବର : 25/12/24
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଓ୍ବେଲମାର୍କ ଲୋପ୍ରେସର। ଯାହା ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପର ରୂପ ନେବ। ଆଉ ଯାହାର ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି। ଗତ ୨୪ ଘଣ୍ଟାରେ ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ପୁରୀ, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି ଆଦି ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହୋଇଛି। ଆଜି ମଧ୍ୟ ଅନେକ ଜିଲ୍ଲାରେ ସମାନ ସ୍ଥିତି ଜାରି ରହିଛି। ସକାଳୁ କୋହଲା ପାଗ ସହ କିଛିସ୍ଥାନରେ ପ୍ରବଳ ବର୍ଷା ସହ ଆଉ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇଛି।