ଶ୍ରୀମନ୍ଦିର ଇଂରାଜୀ ନୂତନ ବର୍ଷ 2025ର କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଭୁବନେଶ୍ୱର ;  26 December 2024
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ 2025 ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି l
କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଡେସ୍କ୍ କ୍ୟାଲେଣ୍ଡର ରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି l ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ୍ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ରମାନ ସ୍ଥାନିତ ହୋଇଅଛି । ଇଂରାଜୀ ନୂଆ ବର୍ଷରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କୁ ବିକ୍ରୟ ସକାଶେ ଉପଲବ୍ଧ ହେବ ।
ଏହି ଅବସରରେ ଆଇନ ମନ୍ତ୍ରୀ ଶ୍ରୀ ପୃଥ…
Comments (0)
Add Comment