ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆଶଙ୍କା

ଭୁବନେଶ୍ୱର ୧୫।୦୩ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆଶଙ୍କା। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବା ନେଇ ଆକଳନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର । ପରେ ଏହି ଲଘୁଚାପ ଘନିଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରିଛନ୍ତି । ସେହିପରି ଏହା କ୍ରମଶଃ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ। ଏହା କେତେ ଘନୀଭୂତ ହେବ। ବାତ୍ୟା ରୂପ ନେବ କି ନାହିଁ, ସେ ନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ। ତେବେ ପରିବେଶ ଅନୁକୂଳ ଥିବାରୁ ଏହା ବାତ୍ୟା ରୂପ ନେଇପାରେ। ଅନ୍ୟପକ୍ଷେ ଲଘୁଚାପଟି ବାରମ୍ବାର ଦିଗ ପରିବର୍ତ୍ତନ କରିବାର ସମ୍ଭାବନା ଥିବାରୁ ଏହା ଭାରତ କିମ୍ବା ଓଡ଼ିଶା ସ୍ପର୍ଶ କରିବ କି ନାହିଁ।ତାହା ଏବେ ଠାରୁ ଆକଳନ କରିବା କଷ୍ଟକର।

Comments (0)
Add Comment