କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୩୪,୬୯୨ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୩୪,୬୯୨ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧,୩୪୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୫,୨୬,୬୦୯ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬,୭୯,୭୪୦ ଥିବା ବେଳେ ବର୍ତମାନ ସୁଦ୍ଧା ୧,୭୫,୬୪୯ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୯୫,୩୯୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୬,୪୯,୭୨,୦୨୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା