ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୨୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୮୮୯୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୫୯୪୧ ରହିଛି ।ଆଜି ଚିହ୍ନଟ ହୋଇଥିବା ୧୨୮୨ ଜଣଙ୍କ ମଧ୍ୟରୁ ୭୫୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୨୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୨୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦ ଜଣ, ବରଗଡ଼ରୁ ୮୪ ଜଣ, ଭଦ୍ରକରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ବଲାଙ୍ଗୀରରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।କଟକରୁ ୬୩ ଜଣ, ଦେବଗଡ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୨୬ ଜଣ, ଝାରସୁଗୁଡ଼ାରୁ ୩୬ ଜଣ, କଳାହାଣ୍ଡିରୁ ୧୦୮ ଜଣ, କନ୍ଧମାଳ ଜିଲ୍ଲାରୁ ୭ ଜଣ. କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୯୨ ଜଣ, କୋରାପୁଟରୁ ୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୫୨ ଜଣ, ନବରଙ୍ଗପୁରରୁ ୨୭ ଜଣ, ନୟାଗଡ଼ରୁ ୧୦ ଜଣ, ନୂଆପଡ଼ାରୁ ୮୨ ଜଣ, ପୁରୀରୁ ୪୫ ଜଣ, ରାୟଗଡ଼ାରୁ ୧୩ ଜଣ ସଂକ୍ରମିତଚ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୮୨ ଜଣ, ସୋନପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୨୨୪ ଜଣ ଓ ଷ୍ଟେଟ୍ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।