ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ଉଠିବ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା

ଭୁବନେଶ୍ୱର, ୧୩ା୧୦(ଡିକେ ନ୍ୟୁଜ): ଆସନ୍ତା ଏକମାସ ଭିତରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିଯିବ । ଏନେଇ ଆଜି ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା ବେବେଳ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି । ଅଭିଯୋଗ ଶୁଣିବା ପରେ ଏକ ମାସ ଭିତରେ ଦାବି ପୂରଣ ହେବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି । ଏହି ଆଲୋଚନା ବେଳେ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ ଓ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଥିଲେ । ଅନ୍ୟପଟରେ ଆଗାମୀ ଏକମାସ ଭିତରେ ସରକାର ଏବାବଦରେ କୌଣସି ନିଷ୍ପତ୍ତି ନ ନେଲେ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ସେନେଇ ସଂଘ ବୈଠକ ପରେ ନିଷ୍ପତ୍ତି ହେବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।

Comments (0)
Add Comment