ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କାରୋନା ଟିକା

ଭୁବନେଶ୍ବର ୨୫/୦୪ : କରୋନା ନେଇ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକାକରଣକୁ ନେଇ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟବାସୀଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୮ରୁ ବର୍ଷରୁ ଉର୍ଦ୍ଧ୍ବ ୪୪ ବର୍ଷ ପର୍ଯ୍ୟନ୍ତ ସମସ୍ତଙ୍କୁ ମାଗଣାରେ ମିଳିବ କରୋନା ଟିକା । ଏଥି ପାଇଁ ରାଜ୍ୟ ରାଜକୋଷରୁ ସରକାର ଖର୍ଚ୍ଚ କରିବେ ୨ ହଜାର କୋଟି ଟଙ୍କା । ୧୮ ବର୍ଷରୁ ୪୪ ବର୍ଷ ମଧ୍ୟରେ ପ୍ରାୟ ୨ କୋଟି ଲୋକଙ୍କୁ ମାଗଣାରେ ଟିକା ଦେବେ ରାଜ୍ୟ ସରକାର । ଏହା ପୂର୍ବରୁ ୧୭ଟି ରାଜ୍ୟରେ ମାଗଣା ଟିକା ଦେବାକୁ ଘୋଷଣା କରାଯାଇଛି । ମଧ୍ୟ ପ୍ରଦେଶ, କେରଳ, ଛତିଶଗଡ, ବିହାର, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ର ପ୍ରଦେଶ, ଗୋଆ, ଜାମ୍ମୁ କାଶ୍ମୀର, ଝାଡଖଣ୍ଡ, ହରିୟାଣା, ତେଲେଙ୍ଗାନା, ଆସାମ, ସିକ୍କିମ୍, ରାଜସ୍ଥାନ ଏବଂ ହିମାଚଳ ପ୍ରଦେଶ ନିଜ ରାଜ୍ୟବାସୀଙ୍କୁ ମାଗଣାରେ ଭ୍ୟାକସିନ୍ ଦେବାକୁ ଘୋଷଣା କରିସାରିଛନ୍ତି । ଏହି କ୍ରମରେ ଏବେ ସାମିଲ ହୋଇଛି ଓଡିଶା ।

ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ,‘ସାରା ଭାରତ ଏବେ କଠିନ ସମୟ ଦେଇ ଗତି କରୁଛି । ମହାରାଷ୍ଟ୍ର, ଛତିଶଗଡ, ମଧ୍ୟ ପ୍ରଦେଶ, ଦିଲ୍ଲୀ, ଆସାମ, ଝାଡଖଣ୍ଡ ଆଦି ରାଜ୍ୟରେ ସ୍ଥିତି ଗମ୍ଭୀର ରହିଛି । ଓଡିଶା ୬ଟି ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଉଛି । ଆଗକୁ ମଧ୍ୟ ଏହା ଜାରି ରହିବ । ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ ସାରା ଦେଶବାସୀ କରୋନା ବିରୁଦ୍ଧରେ ଲଢେଇ ଜାରି ରଖିଛନ୍ତି । ଆମେ ଏହାକୁ ପାଳନ କରିବା । କୋଭିଡ୍‌ ନିୟମ ମାନିବା ଏବଂ ନିଜକୁ କରୋନରୁ ରକ୍ଷା କରିବା ।’

Comments (0)
Add Comment