ରାଜ୍ୟରେ ୨୪ ଘଣ୍ଟାରେ ୪୦ କରୋନା ପଜିଟିଭ୍

ଭୁବନେଶ୍ୱର ୨୧।୦୩ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୯୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Comments (0)
Add Comment