ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା ପ୍ରସ୍ତୁତି ସମୀକ୍ଷା, ପ୍ରତିଯୋଗିତାକୁ ସଫଳତାର ସହ ଆୟୋଜନ କରିବା ନିମନ୍ତେ ଆମେ ପ୍ରସ୍ତୁତ : କ୍ରୀଡ଼ାମନ୍ତ୍ରୀ

World Athletics Continental Tour Bronze Competition Preparations Reviewed, We Are Ready to Host the Competition Successfully: Sports Minister

ଭୁବନେଶ୍ୱର, 1/8: ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ସ କଂଟିନେଂଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା । ଶୁକ୍ରବାର କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଉକ୍ତ ପ୍ରତିଯୋଗିତା ଆୟୋଜନର ସମସ୍ତ ପ୍ରସ୍ତୁତି ସମ୍ବନ୍ଧରେ ସମୀକ୍ଷା କରିଛନ୍ତି । ଏହି ପ୍ରସ୍ତୁତି ସମୀକ୍ଷାରେ ଆଥଲେଟିକ୍ସ ଫେଡ଼େରେସନ ଅଫ୍ ଇଣ୍ଡିଆ, ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ପ୍ରଶାସନର ସହଯୋଗରେ ଯେପରି ଏହି ପ୍ରତିଯୋଗିତାକୁ ସଫଳ ରୂପେ ଆୟୋଜନ କରାଯାଇପାରିବ ସେ ସମ୍ବନ୍ଧରେ ସବିସ୍ତୃତ ଆଲୋଚନା କରାଯାଇଥିଲା । ବିଶ୍ୱ ସ୍ତରୀୟ କ୍ରୀଡ଼ା ଭିତିଭୂମି ପ୍ରଦାନ କରିବା ଠାରୁ ଆରମ୍ଭ କରି ପ୍ରତିଯୋଗିତାରେ ଭାଗନେଉଥିବା ଖେଳାଳୀମାନଙ୍କର ସୁରକ୍ଷିତ ରହଣି, ଆତିଥ୍ୟ ଠାରୁ ନେଇ ଲଜିଷ୍ଟିକ୍ସ ପର୍ଯ୍ୟନ୍ତ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ । ଷ୍ଟାଡ଼ିୟମ୍ ରେ ପ୍ରତିଯୋଗିତା ଆୟୋଜନ ହେଉଥିବାବେଳେ ସମସ୍ତ ଖେଳାଳୀ, ଦର୍ଶକ ଏବଂ ଅଂଶୀଦାରମାନଙ୍କର ସୁରକ୍ଷା ବ୍ୟବସ୍ଥା, ପୋଲିସ ଫୋର୍ସ ମୁତୟନ ଏବଂ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଆବଶ୍ୟକ ରହିଥିବା ସମସ୍ତ ପ୍ରଶାସନିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ । କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ୱାର୍ଲଡ଼ ଆଥଲେଟିକ୍ କଂଟିନେଂଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତାର ଆୟୋଜନ କରାଯିବ । ପ୍ରତିଯୋଗିତାରେ ୧୯ଟି ଦେଶରୁ ପ୍ରାୟ ୨୦୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିବେ । ପ୍ରତିଯୋଗିତାରେ ସମୁଦାୟ ୨୦ଟି ଇଭେଂଟର ଆୟୋଜନ କରାଯିବ । ଓଡ଼ିଶାରେ ପ୍ରଥମ ଥର ପାଇଁ ୱାଲର୍ଡ଼ ଆଥଲେଟିକ୍ କଂଟିନେଂଟାଲ ଟୁର୍ ର ଆୟୋଜନ ହେବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ପ୍ରତିଯୋଗିତାକୁ ସଫଳତାର ସହ ଆୟୋଜନ କରିବା ନିମନ୍ତେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ବିଶ୍ୱ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କରିବାରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି । ଓଡ଼ିଶାର କ୍ରୀଡ଼ାବିତ୍ ମାନେ ମଧ୍ୟ ନିକଟ ଅତୀତରେ ଆୟୋଜିତ ହୋଇଥିବା ବିଭିନ୍ନ ଅନ୍ତର୍ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ସଫଳତା ହାସଲ କରି ରାଜ୍ୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି । ୱାଲର୍ଡ଼ ଆଥଲେଟିକ୍ସ କଂଟିନେଂଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତାରେ ମଧ୍ୟ ଓଡ଼ିଶାର କ୍ରୀଡ଼ାବିତ୍ ମାନେ ଭଲ ପ୍ରଦର୍ଶନ କରିବେ ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ଆଶାବ୍ୟକ୍ତ କରିଛନ୍ତି । ଆଜିର ଏହି ପ୍ରସ୍ତୁତି ସମୀକ୍ଷାରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, ନିର୍ଦ୍ଦେଶକ ଡ଼. ୟେଦୁଲା ବିଜୟ, ଅତିରିକ୍ତ ପୋଲିସ କମିଶନର ଭୁବନେଶ୍ୱର ନରସିଂହ ଭୋଳ, ହକି ପ୍ରମୋସନ କାଉନସିଲ, ଓଡ଼ିଶାର ସିଇଓ ଦୀପଙ୍କର ମହାପାତ୍ର, ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ଅତିରିକ୍ତ ଶାସନ ସଚିବ ବିଜୟ କୁମାର ସ୍ୱାଇଁ, ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Comments (0)
Add Comment