ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ, ଆକଳନ କଲେ କ୍ଷୟକ୍ଷତି

209

ଭୁବନେଶ୍ୱର : ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ୟାସ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାକୁ ହେଲିକପ୍ଟରରେ ଯୋଗେ ଯାଇ ସ୍ଥିତି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ଆଜି ଅପରାହ୍ନ ୧୨.୩୦ ସମୟରେ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ଉଡାଣ ଭରିଥିଲେ ବାତ୍ୟାଞ୍ଚଳ ପରିଦର୍ଶନ ଅଭିମୁଖେ । ସେ ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ଏବଂ ବାତ୍ୟାର କ୍ଷୟକ୍ଷତିର ଆକଳନ କରିଛନ୍ତି । ବାତ୍ୟା କ୍ଷୟକ୍ଷତି ଆକଳନ ପରେ ସଂଧ୍ୟାରେ କିଛି ପ୍ୟାକେଜ ଘୋଷଣା ହୋଇପାରେ।

ଗତକାଲି ବାତ୍ୟାର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ୨୪ ଘଣ୍ଟା ମଧ୍ୟରେ ବାତ୍ୟା ପ୍ରଭାବିତ ଅଞ୍ଚଲରେ ଯୋଗାଯୋଗ ପୁନରୁଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏଥିସହ ୨୪ ଘଣ୍ଟା ମଧ୍ୟରେ ୮୦ ପ୍ରତିଶତ ଅଞ୍ଚଳରେ ବିଜୁଳି ଯୋଗାଣ କରିବାକୁ ମୁଖ୍ୟମନ୍ତ୍ରୀ ସମୀକ୍ଷା ବେଳେ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇବାକୁ ଗୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ । ବାତ୍ୟା ୟାସରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛନ୍ତି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା । ଆଉ ଆଜି ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.