ଭୁବନେଶ୍ୱର, ୨୧ା୧୦(ଡିକେ ନ୍ୟୁଜ): ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା “ସିତ୍ରାଙ୍ଗ’ । ଧାମରାଠାରୁ ୨୦୦ କିମି ଦୂରରେ ଅତିକ୍ରମ କରି ପଶ୍ଚିମବଙ୍ଗବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ । ଲଘୁ·ପଟି ଆସନ୍ତାକାଲି ଅବପାତର ରୂପ ନେବା ସହିତ ୨୩ ତାରିଖରେ ତୀବ୍ର ଅବପାତରେ ପରିଣତ ହେବ । ୨୪ରେ ଏହା ସାମୁଦ୍ରିକ ଝଡ ରୂପ ନେବା ପରେ ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ । ୨୫ ସନ୍ଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳ ଭାଗ ଛୁଇଁପାରେ । ଏହି
ବାତ୍ୟା ଓଡିଶା ସ୍ଥଳଭାଗ ଛୁଇଁବ ନାହିଁ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି । ସାମ୍ଭବ୍ୟ ବାତ୍ୟାକୁ ନେଇ ବିସ୍ତୃତ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଜେନା
କହିଛନ୍ତି ଯେ, ବାତ୍ୟା ପ୍ରଭାବରେ ଉପକୂଳର କିଛି ଜିଲ୍ଲାରେ ବର୍ଷା ସହ ପବନ ହେବ । ୨୨ ତାରିଖ ସକାଳେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୬୫ କିମି ରହିବ । ୨୩ ତାରିଖ ସକାଳେ ୫୦ରୁ ୭୦, ୨୪ରେ ୬୫ରୁ ୮୫ ଏବଂ ୨୫ ତାରିଖ ସକାଳେ ୮୦ରୁ ୧୦୦ ଏବଂ ସନ୍ଧ୍ୟା ବେଳକୁ ୯୦ରୁ ୧୧୦ କିମି ବେଗରେ ପବନ ବହିବ । ଫଳରେ ଓଡ଼ିଶା ଉପକୂଳରେ ପାଖରେ ୨୩ ତାରିଖରେ ୩୫ରୁ ୫୫, ୨୪ରେ ୪୫ରୁ ୬୫, ୨୫ରେ ୫୦ରୁ ୭୦ କିମି ବେଗରେ ପବନ ବହିବ । ୨୩ ତାରିଖ ରାତିରେ ଆରମ୍ଭ ହେବ ବର୍ଷା । ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଓଡ଼ିଶା ଉପକୂଳରୁ ଦୂରରେ ଯିବ ବାତ୍ୟା “ସିତ୍ରାଙ୍ଗ’ । ଏଥିପ୍ରତି ସରକାର ଓ ଜିଲ୍ଲା ପ୍ରଶାସନ ସଜାଗ ଅଛନ୍ତି । ୮ଟି ଜିଲ୍ଲାକୁ ସତର୍କ କରାଯାଇଛି । ସତର୍କତାମୂଳକ ପଦକ୍ଷେପ ଅନୁସାରେ, ଓଡ୍ରାଫ୍ ସହ ଏନ୍ଡିଆରଏଫ୍ ଓ ଅଗ୍ନିଶମ ବାହିନୀ ଆବଶ୍ୟକ ସ୍ଥାନରେ ମୁତୟନ କରାଯିବ । ୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ କୁହାଯାଇଛି । ବାତ୍ୟା “ସି-ତ୍ରାଙ୍ଗ’ ଦ୍ୱାରା ବିଶେଷ ଅସୁବିଧା ହେବାର ଆଶଙ୍କା ନାହିଁ । ତେବେ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୨ ତାରିଖ ସକାଳ ସୁଦ୍ଧା ମତ୍ସ୍ୟଜୀବୀଙ୍କୁ ଫେରି ଆସିବା ସହ ୨୬ ତାରିଖ ଯାଏ ସମୁଦ୍ର ମନା କରାଯାଇଛି । ବାତ୍ୟାକୁ ନେଇ ଲୋକ ଆତଙ୍କିତ ନହେବାକୁ ଏସ୍ଆରସି କହିଛନ୍ତି । ଏବେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁ·ପ ସକ୍ରିୟ ରହିଛି । ଏହା କ୍ରମଶଃ ପଶ୍ଚିମଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଅବପାତର ରୂପ ନେବ । ଏହାପରେ ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ୨୩ ତାରିଖରେ ଗଭୀର ଅବପାତରେ ପରିଣତ ହେବ । ଏହାପରେ ରିକର୍ଭ ହୋଇ ଉତ୍ତର ଆଡ଼କୁ ଗତି କରି ୨୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା “ସିତ୍ରାଙ୍ଗ’ରେ ପରିଣତ ହେବ । ଏହା ପରେ ବାତ୍ୟା ସିତ୍ରାଙ୍ଗ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ୨୫ ତାରିଖ ସନ୍ଧ୍ର୍ୟାରେ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।