ପୁରୀ,୧୩ା୧୧ : ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନେଇ ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ । ପରିକ୍ରମା ପ୍ରକଳ୍ପର ଶୁଭ ଉଦ୍ଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ କରାଯିବ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା । ଶ୍ରୀମନ୍ଦିର ରୀତି ନୀତି ଓ ପରମ୍ପରାକୁ ନଜରରେ ରଖି ଦିବ୍ୟାଙ୍ଗ ଦର୍ଶନ ସ୍ୱତନ୍ତ୍ର ଏସଓପି ଦ୍ୱାରା କରାଯିବାକୁ ରହିଛି ଲକ୍ଷ୍ୟ । ପ୍ରତିଦିନ ସ୍ୱତନ୍ତ୍ର ସମୟରେ ସ୍ୱତନ୍ତ୍ର ଭାବେ ଏହି ଦର୍ଶନ ବ୍ୟବସ୍ଥା କରାଯିବ । ଛତିଶା ନିଯୋଗ ଓ ପରିଚାଳନା କମିଟିର ଅନୁମୋଦନ ନିଆଯାଇ ଦିବ୍ୟାଙ୍ଗ ମାନଙ୍କୁ ଏହି ଦର୍ଶନ ବ୍ୟବସ୍ଥାରେ ସାମିଲ କରାଯିବ । ପରିକ୍ରମା ପ୍ରକଳ୍ପରେ ଉତ୍ତର ଦ୍ୱାର ଠାରେ ଦିବ୍ୟାଙ୍ଗଙ୍କ ପାଇଁ କରାଯାଇଛି ସ୍ୱତନ୍ତ୍ର ବିଶ୍ରାମ ଗୃହ । ଶ୍ରୀକ୍ଷେତ୍ର ଦିବ୍ୟାଙ୍ଗ ସେବା ସଂଗଠନର ଦାବି ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ।