୨୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

President will come to Odisha on 20th

0 201

ଭୁବନେଶ୍ୱର,୧୮ା୧୧ : ନଭେମ୍ବର ୨୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଷ୍ଟ୍ରପତି ରାଇରଙ୍ଗପୁରର ବାଦାମପାହାଡ଼ ଠାରେ ଟାଟାବାଦାମପାହାଡ ଟ୍ରେନର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ଷ୍ଟେସନଟିକୁ ସୁନ୍ଦର ଭାବରେ ସଜେଇ ଦିଆଯାଇଛି । ସେହିପରି ପାହାଡପୁରଠାରେ ନିର୍ମିତ ଏସ୍‌ଏଲ୍‌ଏସ୍‌ ବିଦ୍ୟାଳୟରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗ ଦେବେ । ଏଥିସହ ଏଲଆଣ୍ଡଟି କମ୍ପାନୀ ଦ୍ୱାରା ନିର୍ମିତ ଦକ୍ଷତା ବିକାଶ କେନ୍ଦ୍ରର ମଧ୍ୟ ଉଦଘାଟନ୍‌ କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.